ଛତ୍ରପୁର: ଆଇନଜୀବୀ ପୀତବାସ ପଣ୍ଡାଙ୍କ ହତ୍ୟା ମାମଲା: ହାଇକୋର୍ଟରେ ନିଃସର୍ତ୍ତ କ୍ଷମାପ୍ରାର୍ଥନା କଲେ ବ୍ରହ୍ମପୁର ଏସପି
ବରିଷ୍ଠ ବିଜେପି ନେତା ପୀତବାସ ପଣ୍ଡାଙ୍କ ହତ୍ୟା ମାମଲାରେ ବିବାଦୀୟ ବୟାନ୍ ଦେବା ପ୍ରସଙ୍ଗରେ ଅବଶେଷରେ ହାଇକୋର୍ଟରେ ନିଃସର୍ତ୍ତ କ୍ଷମାପ୍ରାର୍ଥନା କରିଛନ୍ତି ବ୍ରହ୍ମପୁର ଏସପି ଡାକ୍ତର ଶରବଣା ବିବେକ। ଏହାପରେ ତାଙ୍କ ବିରୁଦ୍ଧରେ ଅଦାଲତ ମାମଲା ନ ଚଳାଇବାକୁ ଓଡ଼ିଶା ଉଚ୍ଚ ନ୍ୟାୟାଳୟ ନିର୍ଦ୍ଦେଶ ଦେଇଛନ୍ତି। ମଂଗଳବାର ପୂର୍ବାହ୍ନରେ ଏହି ସୂଚନା ମିଳିଛି।