ବଲାଙ୍ଗିର ଜିଲ୍ଲାପାଳ ଆଜି ତେଣ୍ଡାପଦର ଗ୍ରାମକୁ ଗ୍ରସ୍ତ କରି, ମାନ୍ୟବର ମୁଖ୍ୟମନ୍ତ୍ରୀ ଓଡ଼ିଶାଙ୍କ ଦ୍ୱାରା OSWAN ପ୍ଲାଟଫର୍ମ ମାଧ୍ୟମରେ ହେବାକୁ ଥିବା “ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ”ର ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ନିମନ୍ତେ ହୋଇଥିବା ସମସ୍ତ ପ୍ରସ୍ତୁତି ଓ ବ୍ୟବସ୍ଥାର ସମୀକ୍ଷା କରିଥିଲେ। କାର୍ଯ୍ୟକ୍ରମ ସୁଚାରୁ ଓ ସଫଳ ଭାବେ ଆୟୋଜନ ପାଇଁ ସମ୍ପୃକ୍ତ ବିଭାଗ ଓ ଅଧିକାରୀମାନଙ୍କୁ ସେ ଆବଶ୍ୟକ ନିର୍ଦ୍ଦେଶ ମଧ୍ୟ ଦେଇଥିଲେ। ଏ ସମ୍ପର୍କରେ ଆଜି ସନ୍ଧ୍ୟା ୫ଟା ୩୦ ମିନିଟ୍ ସମୟରେ ଜିଲ୍ଲାପାଳ ସୂଚନା ଦେଇଛନ୍ତି।