ବାଲେଶ୍ବର ସଦର: ବାଲେଶ୍ଵରରେ କଂଗ୍ରେସର ବିକ୍ଷୋଭ: ନିର୍ବାଚନ କମିଶନରଙ୍କ ଇସ୍ତଫା ଓ ଗିରଫ ଦାବି
ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଓ ଗିରଫ ଦାବିରେ ବାଲେଶ୍ଵର ଜିଲ୍ଲା କଂଗ୍ରେସ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଜିଲ୍ଲା କଂଗ୍ରେସ ସଭାପତି ସତ୍ୟଶିବ ଦାସଙ୍କ ନେତୃତ୍ୱରେ ଶତାଧିକ କର୍ମୀ ଏଥିରେ ସାମିଲ ହୋଇଥିଲେ।