ଜମନକିରା ବ୍ଲକ ବଡରମା ପଞ୍ଚାୟତ ଅନ୍ତର୍ଗତ ଷଣ୍ଢପଥର ଆଶ୍ରମ ସ୍କୁଲରେ ଶୁକ୍ରବାର ଦିନ ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଜମନକିରା ବିଡ଼ିଓ ରବୀନ୍ଦ୍ର କୁମାର ସେଠୀ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ପ୍ରଧାନ ଶିକ୍ଷକ ରାଜେନ୍ଦ୍ର କୁମାର ଜଗତ ଯୋଗ ଦେଇ ପାଠ ପଢ଼ିବା ସହ ଲୁକ୍କାୟିତ ପ୍ରତିଭା କୁ ବିକଶିତ କରିବା ପାଇଁ ପରାମର୍ଶ ଦେଇଥିଲେ।