ସମ୍ବଲପୁର ମ୍ୟୁନିସିପାଲଟି: ବୀର ସୁରେନ୍ଦ୍ର ସାଏ ଷ୍ଟାଡିୟମ ଠାରେ ଜିଲ୍ଲା କ୍ରୀଡା ସଂଘ ଆୟୋଜିତ ୬୦ ତମ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦଜାପିତ
ସମ୍ବଲପୁର ସହରର ବୀର ସୁରେନ୍ଦ୍ର ସାଏ ଷ୍ଟାଡିୟମ ଠାରେ ଜିଲ୍ଲା କ୍ରୀଡା ସଂଘ ଆୟୋଜିତ ୬୦ ତମ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଆଜି ଉଦଜାପିତ ହୋଇଯାଇଛି।ଏହି ୨ ଦିନିଆ ବାର୍ଷିକ କ୍ରୀଡା ପ୍ରତିଯୋଗିତାରେ ଆଜି ଉଦଜାପନି କାର୍ଯ୍ୟକ୍ରମରେ ବିଭିନ୍ନ କୃତି ପ୍ରତିଯୋଗୀଙ୍କୁ ଅତିଥିଗଣ ପୁରସ୍କାର ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଆଜି ସଂଧ୍ୟାରେ ସମ୍ବଲପୂର ବିଧାୟକ ଜୟନାରାୟଣ ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିଲେ।