ଅନୁଗୋଳ: ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
Anugul, Angul | Oct 22, 2025 ଦୁର୍ନୀତି ନିବାରଣ ସଚେତନତା ସପ୍ତାହ-୨୦୨୫ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଆଜି ପୂର୍ବାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ପ୍ରତି ବର୍ଷ ପରି ଚଳିତ ବର୍ଷ ଅକ୍ଟୋବର ୨୭ତାରିଖରୁ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ କରାଯିବ ।ସପ୍ତାହର ପ୍ରଥମ ଦିନ ଅକ୍ଟୋବର ୨୭ ତାରିଖ ପୂର୍ବାହ୍ନ ୧୧ ଘଟିକା ସମୟରେ ସମସ୍ତ ସରକାରୀ କର୍ମଚାରୀ, ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟ, ଆଶା କର୍ମୀ, ଅଙ୍ଗନଓ୍ବାଡି କର୍ମୀ, ସ୍ବାସ୍ଥ୍ୟ କର୍ମୀ ବିଭିନ୍ନ ବିଦ୍ୟାଳ