ଜମନକିରା ବ୍ଲକ ଗୁଣ୍ଡୁରୁଚୁଆଁ ଗ୍ରାମପଞ୍ଚାୟତ ଅନ୍ତର୍ଗତ ବୁଦେଲକାନି ଠାରେ ଗୁରୁବାର ଦିନ ଜିଲ୍ଲାସ୍ତରୀୟ ୱାଟରସେଡ୍ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମ ରେ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ ରବି ନାରାୟଣ ନାଏକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମର ଲକ୍ଷ୍ୟ ଓ ଉଦ୍ଦେଶ୍ୟକୁ ନେଇ ବୁଝାଇବା ସହ ଅଞ୍ଚଳରେ ହେବାକୁ ଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟ କୁ ଶୁଭାରମ୍ଭ କରିଥିଲେ। ସନ୍ଧ୍ୟା ୬ ଟାରେ ଉକ୍ତ କାର୍ଯ୍ୟକ୍ରମ ସମାପନ ହୋଇଥିଲା।