ବାମରା ବ୍ଲକ ବାଉଁଶଲଗା ପଞ୍ଚାୟତ ଗୁର୍ଲା ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି" ସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଗୁରୁବାର ସକାଳ ୧୦ ଟା ସମୟରେ ସମ୍ବଲପୁର ଜିଲ୍ଲା ପରିଷଦ ସଭାନେତ୍ରୀ କୁମୁଦିନୀ ନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମ କୁ ଉଦଘାଟନ କରିଥିବା ବେଳେ ଏହାର ଉଦଯାପନୀ ଉତ୍ସବରେ ବାମରା ବ୍ଲକ ଅଧ୍ୟକ୍ଷା ପିଙ୍କି ଧୁରୁଆ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରି ସମ୍ମାନିତ କରିଥିଲେ। ଏହି ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଆୟୋଜିତ ହୋଇଥିଲା।