ବୌଦ୍ଧ ସଦର: ବୌଦ୍ଧ ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ଶିବିର
ସୋମବାର ଦିନ ବୌଦ୍ଧ ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି | ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ ଓ ଆରକ୍ଷୀ ଅଧୀକ୍ଷକଙ୍କ ପକ୍ଷରୁ ଉପ ଆରକ୍ଷୀ ଅଧୀକ୍ଷକ ଆନନ୍ଦ ଡ଼ୁଙ୍ଗଡୁଙ୍ଗ ଶିବିରରେ ଉପସ୍ଥିତ ରହି ଆସିଥିବା ଅଭିଯୋଗ ଗୁଡିକର ସମାଧାନ କରୁଥିବା ଦେଖିବାକୁ ମିଳିଛି l ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ ଓ ଅନ୍ୟ ଅଧିକାରୀ ମାନେ ଉପସ୍ଥିତ ଥିଲେ l