ସୋମବାର କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟ ଠାରେ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ 'ସୁରଭି' କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ସୀତାକାନ୍ତ ରଣାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଡିଓ ଧୃବ ଚରଣ ମୁଦୁଲି, ମୁଖ୍ୟବକ୍ତା ଭାବେ ଗୋଷ୍ଠୀ ଶିକ୍ଷା ଅଧିକାରୀ ତପିମଣି ଜାନି, ସମ୍ମାନିତ ଅତିଥି ଭାବେ ତହସିଲଦାର ନିରୋଜ କୁମାର ଭତ୍ରା, ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ହେମନ୍ତ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।