ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ପାଣିପାଗ ସ୍ଥିତି ନେଇ ଭୁବନେଶ୍ୱର ପାଣିପାଗ ଅଫିସରେ ପ୍ରତିକ୍ରିୟା ରଖିଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ବୈଜ୍ଞାନିକ ସଂଜୀବ ଦିୱେଦି
ରାଜ୍ୟରେ ଲଘୁଚାପ ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନାରହିଛି। ଆଜି ନୂଆପଡ଼ା, ବଲାଙ୍ଗିର, ବରଗଡ଼କୁ ଅରେଞ୍ଜ ୱାର୍ଣ୍ଣିଂ। ନବରଙ୍ଗପୁର,କଳାହାଣ୍ଡି, ବୌଦ୍ଧ, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଏବଂ ଦେବଗଡ଼ ଜିଲ୍ଲାରେ ଅଧିକ ବର୍ଷା ସମ୍ଭାବନା ରହିଛି । ସେହିଭଳି ଗଞ୍ଜାମ,ଗଜପତି, ନୟାଗଡ଼, ଖୋର୍ଦ୍ଧା,ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବରରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି ।