ଛତ୍ରପୁର: ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ଏନଏସଏସ ପକ୍ଷରୁ ମା ପାଇଁ ଗଛ ଟିଏ କାର୍ଯ୍ୟକ୍ରମ, ଯୋଗଦେଲେ ୨ ମନ୍ତ୍ରୀ
ବ୍ରହ୍ମପୁର ବିଶ୍ବବିଦ୍ୟାଳୟରେ ଏନଏସଏସ ପକ୍ଷରୁ ମା ପାଇଁ ଗଛ ଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କୁଳପତି ପ୍ରଫେସର ଗୀତାଞ୍ଜଳି ଦାଶଙ୍କ ପୌରହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ସୋମବାର ପୂର୍ବାହ୍ନରେ ମୁଖ୍ୟ ଅତିଥି ଭାବେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଯୋଗ ଦେଇ ଚାରା ରୋପଣ କରି ମା ପାଇଁ ଗଛ ଟିଏ ୨.୦ ଅଭିଯାନର ଶୁଭାରମ୍ଭ କରିଥିଲେ।