ତିର୍ତ୍ତୋଲ: ରଘୁନାଥପୁରଠାରେ ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀସ୍ତରୀୟ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ପାଳିତ
ରଘୁନାଥପୁରଠାରେ ବୁଧବାର ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀସ୍ତରୀୟ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ପାଳିତ ହୋଇଯାଇଛି। ଏଥିରେ ଜିଲ୍ଲା ବିଜେଡି ସଭାପତି ରବିନାରାୟଣ ଜେନା ସଭାପତିତ୍ବ କରିଥିଲେ। ଜଗତସିଂହପୁର ସାଂସଦ ଡାକ୍ତର ରାଜଶ୍ରୀ ମଲ୍ଲିକ, ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀ ବିଜେଡ଼ି ପ୍ରାର୍ଥୀ ଡ଼ଃ ରମାକାନ୍ତ ଭୋଇ, ଡିଆରଡିଏ ଉପାଧ୍ୟକ୍ଷା ସୁଜାତା ମହାନ୍ତି, ତିର୍ତ୍ତୋଲ ବ୍ଲକ ବିଜେଡି ସଭାପତି ଗଙ୍ଗାଧର ବିଶ୍ୱାଳ ପ୍ରମୁଖ ଯୋଗ ଦେଇ ବିଜୁ ପଟ୍ଟନାୟକଙ୍କ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ।