ମୋରଡା: ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ନୂଆ ରାସ୍ତା ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ
ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡାଃ କୃଷ୍ଣଚନ୍ଦ୍ର ମହାପାତ୍ର ଆରଡି ରାସ୍ତା ଠାରୁ ଷଣ୍ଢ ଛକ ଭାୟା କଙ୍କିଣି ରାସ୍ତାର ଉନ୍ନତିକରଣ ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ରାସ୍ତା ନିର୍ମାଣ ଦ୍ୱାରା ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ ହେବା ସହ ଯାତାୟାତ ସୁଗମ ଓ ସୁରକ୍ଷିତ ହେବ।