ସଦର: ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ ଭବାନୀପାଟଣା ବିକାଶ ଉଇସଡ଼ମ ପାର୍କ ପରିସରରେ ବୃକ୍ଷ ରୋପଣ ଓ ବାହୁଡ଼ାଯାତ୍ରା ଅନୁଷ୍ଠିତ
ଆଜି ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ ଭବାନୀପାଟଣା ବିକାଶ ଉଇସଡ଼ମ ପାର୍କ ପରିସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଅନୁଷ୍ଠାନର ନିର୍ଦ୍ଦେଶକ ଡି ଶ୍ୟାମ, ଶିକ୍ଷା ପ୍ରଭାରୀ ଡି ବିଜୟା, ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ଯୁବରାଜ ନାୟକ, ବିକାଶ ଆବାସିକ ବିଦ୍ୟାଳୟ ଅଧ୍ୟକ୍ଷା ଆରତୀ ମିଶ୍ର, ଉପାଧ୍ୟକ୍ଷ ନାରାୟଣ ମହାନ୍ତି ପ୍ରମୁଖ ଉପସ୍ଥିତ ରହି ବୃକ୍ଷ ରୋପଣର ଉପକାରିତା ସମ୍ପର୍କରେ ଉଦବୋଧନ ଦେବା ସହ ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ