ପଶ୍ଚିମ ଓଡିଶାର ଗାନ୍ଧୀ ରୂପେ ପରିଚିତ ପ୍ରବୀଣ ସ୍ୱାଧୀନତା ସଂଗ୍ରାମୀ ତଥା ପ୍ରଖ୍ୟାତ ସାମ୍ବାଦିକ ନୃସିଂହ ଗୁରୁଙ୍କ ୪୨ତମ ଶ୍ରାଦ୍ଧବାର୍ଷିକୀ ପାଳିତ ହୋଇଯାଇଛି l ଏହି ଅବସରରେ ଆଜି ସହରର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ମନ୍ଦଲିଆ ସ୍ଥିତ ନୃସିଂହ ଗୁରୁ ପାର୍କ ଠାରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି। ଦଳମତ ନିର୍ବିଶେଷରେ ବହୁ ବିଶିଷ୍ଟ ବ୍ୟକ୍ତି ସ୍ୱର୍ଗତ ଗୁରୁଙ୍କର ତ୍ୟାଗ ଓ ଆଦର୍ଶର ସ୍ମୃତି ଚାରଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ନୃସିଂହ ଗୁରୁ ସ୍ମୃତି ସମିତି ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସମିତିର ସଭାପତି ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ପୂର୍ବତ