ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପଖଣ୍ଡ ଚିକତ୍ସାଳୟ କ୍ୟାଫେଟେରିଆ ପରିସରରେ ଗଞ୍ଜାମ ଜିଲ୍ଲା ସାମ୍ବାଦିକ ୟୁନିଅନ, ଛତ୍ରପୁର ତରଫରୁ ଆୟୋଜିତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଗୁରୁବାର ପୂର୍ବାହ୍ନରେ ଆୟୋଜିତ ଶିବିରରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଯୋଗଦେଇ ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଛନ୍ତି ।