ସମ୍ପ୍ରସାରିତ ଜିଲ୍ଲା ସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୬ ଧର୍ମଗଡ ଠାରେ ଉଦଘାଟିତ ହୋଇଯାଇଛି।କାର୍ଯ୍ୟକ୍ରମ ରେ ଉତ୍ସବ କମିଟି ର ଅଧ୍ୟକ୍ଷା ତଥା ଧର୍ମଗଡ ଉପଜିଲ୍ଲାପାଳ ପ୍ରେକ୍ଷା ଅଗ୍ରୱାଲ ଙ୍କ ଅଧ୍ୟକ୍ଷତା ରେ କଳାହାଣ୍ଡି ରାଜ୍ୟସଭା ସାଂସଦ ସୁଜିତ କୁମାର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ କାର୍ଯ୍ୟକ୍ରମ ର ଉଦଘାଟନ କରିଥିଲେ। କାର୍ଯ୍ୟକ୍ରମ ରେ ସମ୍ମାନିତ ଅତିଥି ଭାବରେ ଧର୍ମଗଡ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ ଯୋଗ ଦେଇଥିଲେ।