ସୋମବାର ରାତିରେ ବୌଦ୍ଧ କଚେରୀ ପଡିଆ ଠାରେ ଚାଲିଥିବା ବୌଦ୍ଧ ମହୋତ୍ସବ, ପଲିଶ୍ରୀ ମେଳାର ଚତୁର୍ଥ ସନ୍ଧ୍ୟାର ସାଂସ୍କୃତିକ କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଛି | ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ସୋରଡ଼ା ବିଧାୟକ ନୀଳମଣି ବିଷୋୟୀ ଯୋଗ ଦେଇଥିଲେ | ଜିଲ୍ଲାପାଳ ବିଭୁତି ଭୁଷଣ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ଖଣ୍ଡପଡା ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁ, କବିସୂର୍ଯ୍ ନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ ଓ ପୂର୍ବତନ କନ୍ଧମାଳ ସାଂସଦ ପ୍ରତ୍ୟୁଶା ରାଜେଶ୍ବରୀ ସିଂ ଦେଇଥିଲେ |