ନୂଆପଡା: ସିନାପାଲି ବ୍ଲକରେ ଜିଲ୍ଲାପାଳ ଓ ଏସପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
ସିନାପାଲି ବ୍ଲକ ସଭାଗୃହ ଠାରେ ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମ୍ରିତପାଲ ସିଂଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଆଜି ୨ ଟା ଯାଏଁ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବନଖଣ୍ଡ ଅଧିକାରୀ ଅଜିଜ ଖାନ୍, ଜିଲ୍ଲା ମୁଖ୍ଯ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପଜିଲ୍ଲାପାଳ ସୁର୍ମି ସୋରେନ୍, ଜିଲ୍ଲା ମୂଖ୍ୟ ଚିକିତ୍ସା ଅଧିକାରୀ ଡ଼ଃ ଧନେଶ୍ୱର ସେଠୀ ,ବ୍ଲକ୍ ଅଧ୍ୟକ୍ଷା ମାଧୁରୀ ମାଝୀ, ବିଡ଼ିଓ କାର୍ମୀ ଓରାମ , ତହସିଲଦାର ଉପାଞ୍ଜଳୀ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ । ମୋଟ ୭୩ ଗୋଟି ବିଭିନ୍ନ ଅଭିଯୋଗର ଶୁଣାଣି ହୋଇଥିଲା।