ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ପ୍ରଥମଥର ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ହେବ ବୁଲା କୁକୁର ଗଣନା;ସୂଚନା ଦେଲେ ମେୟର ସୁଲୋଚନା ଦାସ
ରାଜ୍ୟରେ ପ୍ରଥମଥର ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଭୁବନେଶ୍ୱରରେ ହେବ ବୁଲା କୁକୁର ଗଣନା । ଆସନ୍ତା ୧୭ ତାରିଖରୁ ୨୪ ତାରିଖ ମଧ୍ୟରେ ସମୁଦାୟ ୬୭ଟି ଓ୍ୱାର୍ଡରେ ଏହି ଗଣନା କାର୍ୟ୍ୟ ଚାଲିବ। ବୁଲା କୁକୁର ଗଣନା ପାଇଁ ଜୋନ୍, ଓ୍ୱାର୍ଡ ଓ ଓ୍ୱାର୍ଡରେ ଥିବା ପ୍ରତ୍ୟେକ ଗଳି ପାଇଁ ଟିମ୍ ଗଠନ କରାଯାଇଛି । ପ୍ରତ୍ୟେକ ଗଳିକନ୍ଦିରେ ଦୁଇ ଦୁଇଟି ପର୍ୟ୍ୟାୟରେ ଏବଂ ବୈଜ୍ଞାନିକ ପଦ୍ଧତିରେ ବୁଲା କୁକୁର ଗଣନା କରାଯିବ ।