ଗଞ୍ଜାମ ଜିଲ୍ଲା ଛତ୍ରପୁର ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଗୁରୁବାର ମଧ୍ୟାହ୍ନରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ସମସ୍ତ ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା ବୈଠକ, ପ୍ରଜନନ–ମାତୃ–ନବଜାତ–ଶିଶୁ ଓ କିଶୋର ସ୍ୱାସ୍ଥ୍ୟ (RMNCHA) ବୈଠକ ଏବଂ ସ୍ୱାସ୍ଥ୍ୟ ଓ ସମନ୍ୱିତ ଶିଶୁ ବିକାଶ ସେବା (ICDS) ସମନ୍ୱୟ ବୈଠକ ଆୟୋଜିତ ହୋଇଥିଲା। ଏହି ବୈଠକରେ ସମସ୍ତ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।