ସୋମବାର ଦିନ ବୌଦ୍ଧ ବ୍ଲକ ପଦ୍ମନପୁର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି | ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ ଓ ଆରକ୍ଷୀ ଅଧୀକ୍ଷକଙ୍କ ପକ୍ଷରୁ ଉପ ଆରକ୍ଷୀ ଅଧୀକ୍ଷକ ଆନନ୍ଦ ଡ଼ୁଙ୍ଗଡୁଙ୍ଗ ଶିବିରରେ ଯୋଗ ଦେଇ ଆସିଥିବା ଅଭିଯୋଗ ଗୁଡିକର ସମାଧାନ କରିଥିଲେ | ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ ଜିଲ୍ଲାପାଳ ବିନୟ କୁମାର ଭୋଇଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ |