ନବରଙ୍ଗପୁର ପୋଲିସ ଷ୍ଟେସନ: ଉମରକୋଟ ଠାରେ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ
ଉମରକୋଟ ଠାରେ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ। ଆଜି ଉମରକୋଟ ପୌରପାଳିକା ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ ମହେଶ୍ଵର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚିଁ ନାରାୟଣ ଦରୱାନ ,ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଜନ ଶୁଣାଣି ଶିବିରରେ ମୋଟ ୩୦ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ।