ନୂଆଗାଁ ଗ୍ରାମପଞ୍ଚାୟତ ଅନ୍ତର୍ଗତ ଗୋପୁର ଗ୍ରାମର ସେବାଶ୍ରମ ବିଦ୍ୟାଳୟ,ଗୋପୁର ପରିସରରେ ଓଡ଼ିଶା ପୋଲିସ ତରଫରୁ ସାଇବର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଥିଲା।ଏହି କାର୍ଯ୍ୟକ୍ରମ ହାତୀବାରି ଥାନା ଆଇ.ଆଇସି ସୁରେନ୍ଦ୍ର କୁମାର ନାୟକଙ୍କ ଉପସ୍ଥିତିରେ ନୂଆଗାଁ ଫାଣ୍ଡି ଅଧିକାରୀ ପ୍ରଫୁଲ୍ଲ କୁମାର ସେଠୀ ପରିଚାଳନା କରିଥିଲେ।ଏହି କାର୍ଯ୍ୟକ୍ରମରେ ଉକ୍ତ ବିଦ୍ୟାଳୟର ୧୩୦ଜଣ ଛାତ୍ରଛାତ୍ରୀ ଓ ଶିକ୍ଷକଶିକ୍ଷୟିତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ।ଏଥିରେ ଉକ୍ତ ବିଦ୍ୟାଳୟର ଶିକ୍ଷକଶିକ୍ଷୟିତ୍ରୀ ପ୍ରମୁଖ ସହଯୋଗ କରିଥିଲେ।