ଉଦଳା: ଉଦଳା ସ୍ଥିତ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ, ଯୋଗଦେଲେ ଜିଲ୍ଲାପାଳ
ଆଜି କପ୍ତିପଦା ଉପଖଣ୍ଡ ଉଦଳା ସ୍ଥିତ ଉପଜିଲାପାଳଙ୍କ ସମ୍ମୀଳନୀ କକ୍ଷରେ ରେ ଯୁଗ୍ମ ଜନ ଶୁଣାଣି ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଉଯାଇଛି l ଏହି କାର୍ଯ୍ୟକ୍ରମରେ ମୟୁରଭଞ୍ଜ ଜିଲ୍ଲାର ନୂତନ ଜିଲ୍ଲାପାଳ ହେମକାନ୍ତ ସାଏ ଓ ମୟୁରଭଞ୍ଜ ଏସପି ଏସ. ସୁଶ୍ରୀ ଯୋଗ ଦେଇ ସାଧାରଣ ଜନତାଙ୍କ ଅଭିଯୋଗ ଶୁଣିବା ସହ ସମାଧାନ ଦିଗରେ ବିଭାଗୀୟ ଅଧିକାରୀ ଙ୍କୁ ନିର୍ଦେଶ ଦେଇଥିଲେ l ୧୦ ଘଟିକା ସମୟରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ କପ୍ତିପଦା ଉପଖଣ୍ଡ ଉପଜିଲ୍ଲାପାଳ ସୁଶାନ୍ତ କୁମାର ବାରିକ ଓ ଉପଖଣ୍ଡ ପୋଲିସ ଅଧିକାରୀ ସାର୍ଥକ ରାୟ ଉପସ୍ଥିତ ଥିଲେ l