କେନ୍ଦୁଝର ଜିଲ୍ଲା ଘସିପୁରା ବ୍ଲକ ଅନ୍ତର୍ଗତ ସୁଆଁପଦା ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଚତୁର୍ଥ ବାର୍ଷିକ ଉତ୍ସବ ଅଭ୍ୟୁଦୟ ଆଜି ବିଦ୍ୟାଳୟ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷ ରଞ୍ଜିତ ସାହୁ ଙ୍କ ସଂଯୋଜନା ରେ ଆୟୋଜିତ ସମାରୋହରେ ମୁଖ୍ୟ ଅତିଥି ଭାବେ ଘସିପୁରା ବିଧାୟକ ବଦ୍ରିନାରାୟଣ ପାତ୍ର ଯୋଗଦାନ କରି ଆଦର୍ଶ ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ଛାତ୍ରଛାତ୍ରୀ ମାନଙ୍କ ଆଦର୍ଶ କିପରି ଗଠନ ହୋଇପାରିବ ସେନେଇ ଆଲୋକପାତ କରିଥିଲେ ।