ମାଧିଆପାଲି ବାଇପାସ୍ ରୋଡ୍ ନିକଟରେ ଆଜି ରାତି ପ୍ରାୟ ୧୦ଟା ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି ବାଇକ୍ ମଧ୍ୟରେ ହୋଇଥିବା ଧକ୍କାରେ ତିନିଜଣ ଗୁରୁତର ହୋଇଥିବା ସୂଚନା ମିଳିଛି। ଦୁର୍ଘଟଣା ପରେ ରାସ୍ତାରେ କିଛି ସମୟ ପର୍ଯ୍ୟନ୍ତ ଆତଙ୍କ ସୃଷ୍ଟି ହୋଇଥିଲା। ସ୍ଥାନୀୟ ଲୋକଙ୍କ ସହଯୋଗରେ ସମସ୍ତଙ୍କୁ ଉଦ୍ଧାର କରି ତୁରନ୍ତ ଭୀମ ଭୋଇ ମେଡ଼ିକାଲକୁ ନେଇଯାଇଛି ଦୁର୍ଘଟଣାର କାରଣ ନେଇ ପୋଲିସ ତଦନ୍ତ ଜାରି ରଖିଛି