ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ ନୌକା ଓ ତୀର ଚାଳନା ପ୍ରତିଯୋଗିତା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ମଙ୍ଗଳବାର ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ପ୍ରଦ୍ୟୁମ୍ନ କୁମାର ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ଉତ୍ସବର ସଫଳତା ପାଇଁ ରୂପରେଖ ପ୍ରସ୍ତୁତ କରାଯାଇଥିବା ବେଳେ ଗୁରୁତ୍ୱପୂର୍ଣ୍ଣ ବିଭାଗୀୟ ଉପସ୍ଥିତ ନଥିବା ନେଇ ସମ୍ନୟ କୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହେଉଛି।