ମାୟାବାର୍ହା ପଞ୍ଚାୟତ ହାଇସ୍କୁଲରେ ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା ସୁବର୍ଣ୍ଣପୁର ପରିବହନ ବିଭାଗ ପକ୍ଷରୁ ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ମାୟାବାର୍ହା ପଞ୍ଚାୟତ ହାଇସ୍କୁଲରେ ଶୂନ୍ୟ ମୃତ୍ୟୁ ପକ୍ଷ ପାଳନ ଅବସରରେ ଏକ ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ପ୍ରାୟ 100 ଜଣ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। ପରିବହନ ଅଧିକାରୀ ଙ୍କ ଦ୍ୱାରା ସଡ଼କ ସୁରକ୍ଷା ଉପରେ ଏକ କ୍ଷୁଦ୍ର ଚଳଚ୍ଚିତ୍ର ପ୍ରଦର୍ଶିତ ହୋଇଥିଲା। ଏବଂ ଅନ୍ୟାନ୍ୟ ସଡ଼କ ସୁରକ୍ଷା ପଦକ୍ଷେପ ବିଷୟରେ ଆଲୋଚନା କରାଯାଇଥିଲା।