ଲାଞ୍ଜିଗଡ଼ ବ୍ଲକ ଚମ୍ପାଦେଇପୁର ପଞ୍ଚାୟତ ହରିହରପୁରସ୍ଥିତ ମା ଭୈରବୀ ଯୁବ ସାଂସ୍କୃତିକ ଅନୁଷ୍ଠାନ ଆନୁକୂଲ୍ୟରେ ଆୟୋଜି ହେଉଛି ରାଜ୍ୟସ୍ତରୀୟ ଫୁଟବଲ ପ୍ରତିଯୋଗିତା। ପ୍ରତିଯୋଗିତାର ଆଜି ଦ୍ଵିତୀୟ କ୍ୱାର୍ଟର ଫାଇନାଲ ମ୍ୟାଚ ବିଷମକଟକ ଓ ଜୁନାଗଡ଼ ଭଇଁରିଗୁଡ଼ା ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଭଇଁରିଗୁଡ଼ା ଦଳ ୨-୦ ଗୋଲରେ ବିଜୟୀ ହୋଇ ସେମି ଫାଇନାଲକୁ ଉତ୍ତୀର୍ଣ୍ଣ ହୋଇଛି। ମ୍ୟାଚରେ ମୁଖ୍ୟଅତିଥି ଭାବେ ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ କୁମାର ଦିଶାରୀ ଯୋଗ ଦେଇ ଖେଳାଳୀ ମାନଙ୍କୁ ଉତ୍ସାହିତ କରିଥିଲେ।