ଭଣ୍ଡାରିପୋଖରୀ: ବିଜୁ ବାବୁଙ୍କ ଶ୍ରାଦ୍ଧ ଦିବସ ଉପଲକ୍ଷେ ବ୍ଲକ ଛକସ୍ଥିତ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କଲେ ଭଦ୍ରକ ବିଧାୟକ
ଭଣ୍ଡାରିପୋଖରୀ ବ୍ଲକ ବିଜେଡି ପକ୍ଷରୁ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୭ତମ ଶ୍ରାଦ୍ଧ ବାର୍ଷିକୀ ଉତ୍ସବ ଅନୁଷ୍ଠିତ ହୋଇଛି। ଏହି ଅବସରରେ ପ୍ରଥମେ ବ୍ଲକ ଛକସ୍ଥିତ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ଭଦ୍ରକ ବିଧାୟକ ସଞ୍ଜୀବ କୁମାର ମଲ୍ଲିକ ପୁଷ୍ପ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳୀ ଜଣାଇଥିଲେ। ପରେ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଯାଇ ରୋଗୀଙ୍କୁ ସାକ୍ଷାତ କରିଥିଲେ। ଆୟୋଜିତ କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷା, ଉପାଧ୍ୟକ୍ଷ, ବ୍ଲକ ବିଜେଡି ସଭାପତି ପ୍ରମୁଖ ଉପସ୍ଥିତ ଥିଲେ।