ପଦ୍ମପୁର: ଲଖମରା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ବାର୍ଷିକ କ୍ରୀଡ଼ା ଉତ୍ସବ ଅନୁଷ୍ଠିତ
ଆଜି ମଙ୍ଗଳବାର ସକାଳ 10ଟା 30 ମିନିଟ ସମୟ ପାଖା ପାଖି ରେ ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଲଖମରା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ବାର୍ଷିକ କ୍ରୀଡ଼ା ଉତ୍ସବ ମହାସମାରୋହ ରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ପଦ୍ମପୁର ବିଧାୟିକା ଶ୍ରୀମତୀ ବର୍ଷା ସିଂ ବରିହା ଯୋଗଦେଇ କୃତି ଛାତ୍ର ଛାତ୍ରୀ ଙ୍କୁ ଶୁଭେଚ୍ଛା ଜଣାଇବା ସହ ପୁରସ୍କୃତ କରିଥିଲେ। ଏହି କ୍ରୀଡ଼ା ଉତ୍ସବରେ ମାଧ୍ୟମିକ ବିଦ୍ୟାଳୟ ର ସମସ୍ତ ଅଧ୍ୟାପକ ଓ ଛାତ୍ର, ଛାତ୍ରୀ ଯୋଗଦେଇ ଥିଲେ