ଝାରସୁଗୁଡା ଜିଲ୍ଲା ଲଖନପୁର ବ୍ଲକ କାର୍ଯ୍ୟାଳୟ ସ୍ଥିତ ଜନ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ଆଜି ସକାଳ ସାଢେ ଦଶଟା ସମୟରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ କୁଣାଲ ମୋତିରାମ ଚହ୍ବାଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶିବିରରେ ଉପଜିଲ୍ଲାପାଳ ସବ୍ୟସାଚୀ ପଣ୍ଡା, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ମହେଶ ମୋହନ ପଣ୍ଡା, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ସୂର୍ଯ୍ୟାଂଶୁ ରୂତ୍, ଗୋଷ୍ଠୀ ଉନ୍ନୟନ ଅଧିକାରୀ , ତହସିଲଦାରଙ୍କ ସମେତ ଜିଲ୍ଲା ଓ ବ୍ଲକ ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ।