ବରଗଡ: କମ ଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅନୁଷ୍ଠିତ ସାଇନିଂ ଷ୍ଟାର ଉଦଘାଟନ ଉତ୍ସବରେ ଯୋଗଦେଲେ ଅତିରିକ୍ତ ଜିଲ୍ଲାପାଳ
ଉଦଘାଟିତ ହେଲା ମେଧାବୀ ଛାତ୍ରଛାତ୍ରୀଙ୍କ ପାଇଁ ସାଇନିଂ ଷ୍ଟାର କାର୍ଯ୍ୟକ୍ରମ |ସୋମବାର ମଧ୍ୟାହ୍ନ 1 ଘଣ୍ଟା ସମୟରେ କମ ଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଜିଲ୍ଲା ଶିକ୍ଷା ବିଭାଗ ଆନୁକୂଲ୍ୟରେ ମେଧାବୀ ଛାତ୍ରଛାତ୍ରୀଙ୍କ ପାଇଁ ଆବାସିକ ସାଇନିଂ ଷ୍ଟାର କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇ ଯାଇଛି ।ଜିଲ୍ଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ମଧୁଛନ୍ଦା ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ସହ ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରି କଠିନ ପରିଶ୍ରମ ହିଁ ସଫଳତାର