ସୋମବାର ଅପରାନ୍ହରେ ବୌଦ୍ଧ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ମନରେଗା ନାମ ପରିବର୍ତ୍ତନ ବିରୁଦ୍ଧରେ ରାଷ୍ଟ୍ରପତିଙ୍କ ଉଦେଶ୍ୟରେ ଜିଲ୍ଲାପାଳଙ୍କ ଜରିଆରେ ଦାବିପତ୍ର ପ୍ରଦାନ କରା ଯାଇଛି | ବୌଦ୍ଧ ଜିଲ୍ଲା କଂଗ୍ରେସ କମିଟି ସଭାପତି ବିନ୍ଧ୍ୟାବିନୀ ସାହୁଙ୍କ ନେତୃତ୍ୱରେ କଂଗ୍ରେସ ପକ୍ଷରୁ ମର୍ଜାକୁଦ ବ୍ରିଜ ଛକ ନିକଟରୁ ଏକ ଶୋଭାଯାତ୍ରା ବାହାରି ଜିଲ୍ଲାପାଳ କାର୍ଯ୍ୟାଳୟରେ ପହଞ୍ଚି ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରା ଯାଇଥିଲା l