ଶୁକ୍ରବାର ଦିନ ପ୍ରାୟ ୧୨ ଟାରେ ବାରିପଦା ସ୍ଥିତ ଜ଼ିଲ୍ଲା ପରିଷଦ ସଭା ଗୃହରେ ରାଷ୍ଟ୍ରୀୟ ପୋଷ୍ୟ ସନ୍ତାନ ଗ୍ରହଣ ସଚେତନତା ମାସ-୨୦୨୫ ଉପଲକ୍ଷେ ଏକ ଜିଲ୍ଲା ସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି I ଓଡିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ଅଧୀନରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ, ମୟୁରଭଞ୍ଜ ଅନୁକୁଲ୍ୟରେ ଏହି କାର୍ଯକ୍ରମ ଅନୁଷ୍ଠିତ ହୋଇଛି।