ନୟାଗଡ଼ ଜିଲ୍ଲା ପରିଷଦ ଅଧକ୍ଷ ଇଂ ଦେବାଶିଷ ପଟ୍ଟନାୟକଙ୍କୁ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆ ଦାୟିତ୍ୱ ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏହା ଘୋଷଣା କରିଛନ୍ତି। ଜିଲ୍ଲା ବିଜୁ ଜନତା ଦଳର ନିର୍ବାଚନ ସଂଯୋଜକ ଭାବେ ତାଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି। ସେ ଆଗାମୀ ବିଧାନସଭା ଓ ଲୋକସଭା ନିର୍ବାଚନର ସଂଯୋଜକ ଭାବେ କାର୍ଯ୍ୟ କରିବେ।