ରିଷିଡା ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି ବ୍ଲକସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଓ ବିଜ୍ଞାନ ମେଳା ତଥା ଇକୋକ୍ଲବ ପ୍ରଦର୍ଶନୀ। ଉଦଘାଟନୀ ଉତ୍ସବରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ବାଞ୍ଛାନିଧି ପଣ୍ଡା ଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ପଞ୍ଚାୟତ ସମିତି ଅଧ୍ୟକ୍ଷା କୁନି ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ ଥିବା ବେଳେ ରିଷିଡା ସରପଞ୍ଚ ସେବତୀ ରଣା, କ ଜୋନ ଜିଲ୍ଲାପରିଷଦ ସଭ୍ୟ ମହେନ୍ଦ୍ର ରଣା, ରିଷିଡା ସରକାରୀ ହାଇସ୍କୁଲ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ସୁଶାନ୍ତ ବାଗ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ପ୍ରଦର୍ଶନୀରେ ୧୪୨ ଟି ପ୍ରକଳ୍ପ ପ୍ରଦର୍ଶିତ।