ଗୁଣୁପୁର: ଗୁଡାରି ବ୍ଲକର କରଲାଘାଟି ଗ୍ରାମପଞ୍ଚାୟତ କାର୍ଯ୍ୟାଳୟରେ ରେ ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ
ମଙ୍ଗଳବାର ପୂର୍ବାହ୍ନ ରେ ଗୁଡାରି ବ୍ଲକ ଅନ୍ତର୍ଗତ କରଲାଘାଟି ଗ୍ରାମ ପଂଚାୟତ କାର୍ଯ୍ୟାଳୟ ପରିସରରେ ଗ୍ରାମ ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧକ୍ଷା ଲକ୍ଷ୍ମୀ ଶବର ଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏହି ଶିବିର ରେ ସମସ୍ତ ବ୍ଲକ ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ। ଅଭିଯୋଗ ଶୁଣିବା ପରେ ସମସ୍ୟା ଗୁଡିକର ଶୀଘ୍ର ସମାଧନ କରିବା ନିମନ୍ତେ ଅଧକ୍ଷା ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଧେଶ ଦେଇଥିଲେ। କାର୍ଯ୍ୟକ୍ରମ ରେ ବ୍ଲକ ସ୍ତରୀୟ ସମସ୍ତ ବିଭାଗୀୟ ଅଧିକାରୀ ଯୋଗ ଦେଇଥିଲେ।