ସମ୍ବଲପୁର ମ୍ୟୁନିସିପାଲଟି: ଧନକଉଡା ବ୍ଲକ କାର୍ଯ୍ୟାଳୟ ଠାରେ ମିଳିତ ଜନ ଅଭିଯୋଗ କାର୍ଯ୍ୟକ୍ରମ ଅନୁଷ୍ଠିତ
ଜିଲ୍ଲା ଧନକଉଡା ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ସିଦ୍ଧେଶ୍ଵର ବଳିରାମ ବୋନ୍ଦର ଏବଂ ଆରକ୍ଷୀ ଅଧିକ୍ଷକ ମୁକେଶ ଭାମୁଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ମିଳିତ ଜନ ଅଭିଯୋଗ ଶୁଣାଣି ଠାରେ ମୋଟ ୪୩ଟି ଆବେଦନ ଗ୍ରହଣ କରାଯାଇ ଥିଲା ଯେଉଁଥିରୁ ୩୫ଟି ଆବେଦନ ବ୍ୟକ୍ତିଗତ ସମ୍ବନ୍ଧୀୟ ଥିବା ବେଳେ, ୦୮ଟି ସମସ୍ୟା ଗ୍ରାମୀୟ ସମସ୍ୟା ସହିତ ଜଡିତ ଥିଲା ।୦୮ ଟି ଅଭିଯୋଗକୁ ସମାଧାନ କରାଗଲା । ଆଜି ଜିଲ୍ଲାପାଳ ସମ୍ବଲପୁର ଅଭିଯୋଗ ଶୁଣାଣି ଠାରେ ୦୧ ଜଣ ହିତାଧିକାରୀଙ୍କୁ ଟ୍ରାଇସାଇକେଲ ପ୍ରଦାନ କରିଥିଲେ। ଏ ନେଇ ଆଜି ଅପରାହ୍ନ 3ଟାରେ DIPRO ସୂଚନା ଦେଇଛନ୍ତି l