ଚଳିତ ଜାନୁଆରୀ ମାସ ୨୨ ରୁ ୨୬ ତାରିଖ ପର୍ଯ୍ୟନ୍ତ ଗୋପାଳପୁର ଠାରେ ଆୟୋଜିତ ହେବାକୁ ଥିବା ପ୍ରସିଦ୍ଧ ବେଳାଭୂମି ମହୋତ୍ସବକୁ ସରସସୁନ୍ଦର ଭାବରେ ଆୟୋଜିତ କରିବା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାର ସମସ୍ତ ବରିଷ୍ଠ ଅଧିକାରୀ ମାନଙ୍କୁ ନେଇ ଛତ୍ରପୁର ସ୍ଥିତ ଜିଲ୍ଲାପାଳ ଓ୍ବି କୀର୍ତ୍ତି ଓ୍ବାସନଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ସଦ୍ଭାବନା ସମ୍ମିଳନୀ କକ୍ଷଠାରେ ଗୁରୁବାର ଅପରାହ୍ନରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।