ଜୟପୁର: ଜୟପୁର ସଦର ଥାନା ଅନ୍ତର୍ଗତ ରାଣିପୁଟ ଓ କୁସୁମପୁଟ ଜଙ୍ଗଲରେ ଅବକାରି ଚଢାଉ, ମାଫିଆ ଚମ୍ପଟ
ଜୟପୁର ସଦର ଥାନା ଅନ୍ତର୍ଗତ ରାଣିପୁଟ ଓ କୁସୁମପୁଟ ଜଙ୍ଗଲରେ ଆଜି ଅବକାରି ଚଢାଉ ହୋଇଛି । ଦେଶି ମଦ ପ୍ରସ୍ତୁତ ସହ ଲୁଚାଇ ରଖିଥିବା ସୁଚନା ପାଇ ଜୟପୁର ଅବକାରି ଥାନା ଚଢାଉ କରିଛି । ଚଢାଉ ସୁଚନା ପାଇ ମଦ ମାଫିଆ ମାନେ ଚମ୍ପଟ ମାରିଥିବା ବେଳେ ଅବକାରି ବିଭାଗ ବହୁ ମଦ ଭାଟି ଭାଙ୍ଗିବା ସହ ୯ ଶହ ଲିଟର ପୋଚ ଓ ୯୦ ଲିଟର ଦେଶି ମଦ ଜବତ କରି ନଷ୍ଟ କରିଛି । ମଦ ରନ୍ଧା ସରଞ୍ଜାମ ଡ୍ରମ ଅଦିକୁ ଜବତ କରିଥିବା ବିଷୟ ଜୟପୁର ଓଆଇସି ସୁବ୍ରତ କେଶୋରି ହିରଣ ସୁଚନା ଦେଇଛନ୍ତି ।