ଧର୍ମଶାଳା: ଚକ୍ରଧରପୁର ପଞ୍ଚାୟତରେ ଅଂଶୁମାନ ମେମୋରିଆଲ ଟ୍ରଷ୍ଟ ପକ୍ଷରୁ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ
ଧର୍ମଶାଳା ବ୍ଲକ ଅନ୍ତର୍ଗତ ଚକ୍ରଧରପୁର ପଞ୍ଚାୟତରେ ଅଂଶୁମାନ ମେମୋରିଆଲ ଟ୍ରଷ୍ଟ ପକ୍ଷରୁ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରକୁ ଧର୍ମଶାଳା ବିଧାୟକଙ୍କ ପ୍ରତିନିଧି ସୀତାଂଶୁ ଶେଖର ସାହୁ ଉଦଘାଟନ କରିଥିଲେ। ଏହି ଶିବିରରେ ଅଭିଜ୍ଞ ଡାକ୍ତର ଯୋଗଦେଇ ୧୬୧ଜଣ ରୋଗୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ। ଏଥିସହ ସେମାନଙ୍କୁ ମାଗଣାରେ ଔଷଧ ବିତରଣ କରାଯାଇଥିଲା।