ବଲାଙ୍ଗୀର ରେଲୱେ ଷ୍ଟେସନ ରୋଡ୍ ଅଞ୍ଚଳରେ ଥିବା ଶାଗର କଲୋନୀ ନିକଟରେ ଜଣେ ଯୁବକଙ୍କୁ ମାରଣତକ ଆକ୍ରମଣ କରାଯାଇଥିବା ଘଟଣା ସାମ୍ନାକୁ ଆସିଛି। ଅଭିଯୋଗ ଅନୁଯାୟୀ, ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରାଯାଇଥିବାରୁ ସେ ଗୁରୁତର ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ତୁରନ୍ତ ବଲାଙ୍ଗୀର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଯୁବକ ଘଟଣା ସମ୍ପର୍କରେ ପ୍ରତିକ୍ରିୟା ମଧ୍ୟ ରଖିଛନ୍ତି। ଘଟଣାକୁ ନେଇ ଅଞ୍ଚଳରେ ଚଞ୍ଚଳତା ସୃଷ୍ଟି ହୋଇଥିବା ବେଳେ ପୋଲିସ ତଦନ୍ତ ଆରମ୍ଭ କରିଛି।