ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ନିରଞ୍ଜନ ପଟ୍ଟନାୟକଙ୍କ ନୟାପଲ୍ଲୀ ସ୍ଥିତ ବାସଭବନ ସମେତ ୩ଟି ସ୍ଥାନରେ ଇଡିର ଚଢ଼ାଉ
ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରେ ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଇଡି ପକ୍ଷରୁ ଚଢ଼ାଉ କରାଯାଇଛି। ନିରଞ୍ଜନଙ୍କ ଆଜି 10.34ରେ ଭୁବନେଶ୍ୱର ନୟାପଲ୍ଲୀ ସ୍ଥିତ ବାସଭବନରେ ଚଢ଼ାଉ କରାଯାଇଛି। କେଉଁ କାରଣ ଯୋଗୁ ଇଡି ନିରଞ୍ଜନଙ୍କ ଘରେ ରେଡ୍ କରିଛି ତାହା ଜଣାପଡ଼ି ନାହିଁ। ବେଆଇନ ଅର୍ଥ କାରବାର ନେଇ ନିରଞ୍ଜନଙ୍କ ଘରେ ଇଡି ରେଡ୍ କରିଥିବା ସୂଚନା ରହିଛି। ଇଡିର ୮ରୁ ୧୦ଜଣ ଅଧିକାରୀ ନିରଞ୍ଜନଙ୍କ ଘରେ ପହଞ୍ଚି ଚଢ଼ାଉ କରିଥିଲେ। ନିରଞ୍ଜନ ଘର ଚାରିପଟେ ସିଆପିଏଫ ଫୋର୍ସ ମୃତୟନ କରାଯାଇଛି।