ଧର୍ମଗଡ କ୍ରିଷ୍ଣାଦେବୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ପିଏମ ଶ୍ରୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମ ରେ ବ୍ଲକ ଶିକ୍ଷା ଅଧିକାରିଣୀ ପଙ୍କଜିନୀ ମାଝୀଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବରେ ଧର୍ମଗଡ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ବ୍ଲକ ଅଧ୍ୟକ୍ଷା ବବିତା ପଟ୍ଟଯୋଶୀ, ଏନଏସି ଅଧ୍ୟକ୍ଷ ଅଶୋକ କୁମାର ମହାନ୍ତି,ଧର୍ମଗଡ ବିଡ଼ିଓ ସମେତ ଅନ୍ୟାନ୍ୟ ଅତିଥି ମଞ୍ଚାସିନ ହୋଇଥିଲେ।