ଲଙ୍ଗଳେଶ୍ବର ସ୍ଥିତ ରାଧା ଚରଣ ବୈଦ୍ୟ ବିଦ୍ୟାପୀଠ ପରିସରରେ ଆଜି ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଆଜି ଦିନ ୧୧ ଟା ସମୟରେ ବିଦ୍ୟାପୀଠ ର ପ୍ରଧାନ ଶିକ୍ଷକ ପ୍ରଫୁଲ୍ଲ ଚନ୍ଦ୍ର ଦଳେଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସେଠୀ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ସହ ବିଭିନ୍ନ କ୍ଷେତ୍ରରେ କୃତି ଅର୍ଜନ କରିଥିବା ଛାତ୍ର ମାନଙ୍କୁ ମାନପତ୍ର ଦେଇ ସମ୍ମାନିତ କରିଥିଲେ ।