ବୁଧବାର ଅପରାହ୍ନ ୪ଟାବେଳେ କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ମାଁ ମାଣିକେଶ୍ବରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଜେ.ଏମ୍.ଏଫ୍.ସି ପକ୍ଷରୁ ମାନବାଧିକାର ଦିବସ ପାଳିତ ହୋଇଯାଇଛି । ତାଲୁକ ଆଇନ୍ ସେବା କମିଟି ଦ୍ବାରା ପରିଚାଳିତ ଏହି କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ତଥା ଅଂଶଗ୍ରହଣ କରିଥିବା ପ୍ରତିଯୋଗୀ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା।ଏହି ଦିବସ ପାଳନ ଅବସରରେ ପୁର୍ବରୁ କଲେଜ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗୀତାର ଆୟୋଜିତ ହୋଇଥିଲା।