ନୂଆପଡା: ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସୁସ୍ଥ ନାରୀ, ସଶକ୍ତ ପରିବାର ଅଭିଯାନ" କାର୍ଯ୍ୟକ୍ରମ ଅନୁଷ୍ଠିତ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ ୭୫ ତମ ଜନ୍ମ ଦିବସ ଉପଲକ୍ଷେ ସେପ୍ଟେମ୍ବର ୧୭ ରୁ ସମଗ୍ର ଦେଶରେ ଆରମ୍ଭ ହେବାକୁ ଯାଉଛି "ସୁସ୍ଥ ନାରୀ, ସଶକ୍ତ ପରିବାର ଅଭିଯାନ" l ଏହିକ୍ରମରେ ଆଜି ନୂଆପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଏକ ଭବ୍ୟ ସମାରୋହର ଅୟୋଜନ ହୋଇଥଲା l ଏଥିରେ ଖଡ଼ିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ, ଜିଲ୍ଲାପାଳ ମଧୁସୂଦନ ଦାଶ, ରାଜ୍ୟ ମହିଳା କମିଶନ ସଦସ୍ୟା ମୁକ୍ତା ସାହୁ, ସାଂସଦଙ୍କ ପ୍ରତିନିଧି ପ୍ରେମ୍ ଅଗ୍ରୱାଲ, ଖରୀଆର ରୋଡ ଏନ ଏ ସି ଅଧ୍ୟକ୍ଷା ଡଃ ସୋନିଆ ଅଗ୍ରୱାଲ ପ୍ରମୁଖ ଯୋଗ ଦେଇଥିଲେ।